ପେରମେଶ୍ବର 40 ଦୀନ ବାଇବଲ ରେ 6 ଥର ଦେଖାଯାଏ।
:::::::::::::::::::::::::::::::: :::::::::::::::::::::
ନୋହଙ୍କର ବୟସର ଛଅଶହ ବର୍ଷ ଦ୍ୱିତୀୟ ମାସର ସପ୍ତଦଶ ଦିନରେ ମହା ସମୁଦ୍ରର ସମସ୍ତ ଜଳାକର ଭାଙ୍ଗିଗଲା, ପୁଣି, ଆକାଶସ୍ଥ ଦ୍ୱାର ସବୁ ମୁକ୍ତ ହେଲା। ତହିଁରେ ଚାଳିଶ ଦିବାରାତ୍ର ପୃଥିବୀରେ ବୃଷ୍ଟି ହେଲା।
ଆଦି ପୁସ୍ତକ 7:11-12
ଏଉତ୍ତାରେ ମୋଶା ପର୍ବତରେ ଚଢ଼ିଲେ, ପୁଣି, ମେଘ ପର୍ବତକୁ ଆଚ୍ଛାଦନ କଲା। ତହିଁରେ ସୀନୟ ପର୍ବତ ଉପରେ ସଦାପ୍ରଭୁଙ୍କ ପ୍ରତାପ ଅବସ୍ଥିତି କଲା; ଆଉ ତାହା ଛଅ ଦିନ ମେଘାଚ୍ଛନ୍ନ ହୋଇ ରହିଲା; ତହିଁ ଉତ୍ତାରେ ସେ ସପ୍ତମ ଦିନ ମେଘ ମଧ୍ୟରୁ ମୋଶାଙ୍କୁ ଡାକିଲେ। ପୁଣି, ମୋଶା ମେଘ ମଧ୍ୟରେ ପ୍ରବେଶ କରି ପର୍ବତ ଉପରେ ଉଠି ଚାଳିଶ ଦିବାରାତ୍ର ସେହି ପର୍ବତ ଉପରେ ରହିଲେ।
ଯାତ୍ରା ପୁସ୍ତକ 24:15-16, 18
ତହୁଁ ସେ ରେତମବୃକ୍ଷ ମୂଳେ ଶୟନ କରି ନିଦ୍ରା ଗଲେ; ଏଥିରେ ଦେଖ, ଏକ ଦୂତ ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର।” ତହିଁରେ ସେ ଅନାନ୍ତେ, ଦେଖ, ତାଙ୍କ ମସ୍ତକ ପାଖରେ ଅଙ୍ଗାରରେ ପକ୍ୱ ଏକ ପିଠା ଓ ଏକ ପାତ୍ର ଜଳ ଅଛି। ଏଣୁ ସେ ଭୋଜନ ପାନ କରି ପୁନର୍ବାର ଶୟନ କଲେ। ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ପୁନର୍ବାର ଦ୍ୱିତୀୟ ଥର ଆସି ତାଙ୍କୁ ସ୍ପର୍ଶ କରି କହିଲେ, “ଉଠ, ଭୋଜନ କର; କାରଣ ତୁମ୍ଭ ଶକ୍ତିରୁ ପଥ ଅଧିକ।” ତହୁଁ ସେ ଉଠି ଭୋଜନ ପାନ କଲେ ଓ ସେହି ଖାଦ୍ୟର ବଳରେ ପରମେଶ୍ୱରଙ୍କ ପର୍ବତ ହୋରେବ ପର୍ଯ୍ୟନ୍ତ ଚାଳିଶ ଦିନ ଓ ଚାଳିଶ ରାତ୍ରି ଗମନ କଲେ।
ପ୍ରଥମ ରାଜା 19:5, 7,8
ଉଠ, ନୀନିବୀ ମହାନଗରକୁ ଯାଅ ଓ ତହିଁ ବିରୁଦ୍ଧରେ ଘୋଷଣା କର; କାରଣ ସେମାନଙ୍କର ଦୁଷ୍ଟତା ଆମ୍ଭ ସମ୍ମୁଖରେ ଉପସ୍ଥିତ ହୋଇଅଛି।”ଏଥିଉତ୍ତାରେ ଦ୍ୱିତୀୟ ଥର ସଦାପ୍ରଭୁଙ୍କର ଏହି ବାକ୍ୟ ଯୂନସଙ୍କ ନିକଟରେ ଉପସ୍ଥିତ ହେଲା; ପୁଣି, ଯୂନସ ନଗରରେ ପ୍ରବେଶ କରିବାର ଆରମ୍ଭ କରି, ଏକ ଦିନର ପଥ ଯାଇ ଉଚ୍ଚୈଃସ୍ୱରରେ ଘୋଷଣା କରି କହିଲେ, “ଯଥା, ଆଉ ଚାଳିଶ ଦିନ ଗତ ହେଲେ ନୀନିବୀ ବିନଷ୍ଟ ହେବ।”
ଯୂନସ 1:2 , 3:1, 4
ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ, ପୁଣି, ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ ।
ମାଥିଉ 4:1-2
ହେ ଥୀୟଫିଲ, ଯେଉଁ ଦିନ ଯୀଶୁ ଆପଣା ମନୋନୀତ ପ୍ରେରିତମାନଙ୍କୁ ପବିତ୍ର ଆତ୍ମାଙ୍କ ଦ୍ୱାରା ଆଜ୍ଞା ଦେଇ ଊର୍ଦ୍ଧ୍ୱକୁ ନିଆଗଲେ, ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ ।
ପ୍ରେରିତ 1:1, 3
